ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠାରୁ ରାଜ୍ୟରେ ଭାଜପା ସରକାର। ବିଜେପି ପକ୍ଷରୁ ମୋହନ ମାଝୀଙ୍କ ନାମ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା ପରେ ମୋହନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଏହି ଅବସରରେ ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ତାଙ୍କ ବାଲୁକା ଚିତ୍ରକଳାରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଶୁଭେଚ୍ଛା ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ବାଲୁକାକଳାରେ ତାଙ୍କୁ ସ୍ବାଗତ ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ନିଳାଦ୍ରୀ ବିଚରେ ସୁଦର୍ଶନ ନିର୍ମାଣ କରିଥିବା ବାଲୁକା ଚିତ୍ରକଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଥିବା ମୋହନ ମାଝୀଙ୍କ ପ୍ରତିକୃତିକୁ ସ୍ଥାନ ଦିଆଯାଇଛି। ଓଡ଼ିଶାର ଗର୍ବ ଗୌରବ କୋଣାର୍କ ଚକ୍ରକୁ ବାଲୁକା ଚିତ୍ରକଳାରେ ସ୍ଥାନ ଦିଆଯାଇଛି।
ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ ବୋଲି ସୁଦର୍ଶନ ଲେଖିଥିବା ଦେଖାଯାଉଛି। ଏହାର କିଛି ଫଟୋ ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି। ଓଡ଼ିଶାର ଗର୍ବ ଗୌରବ କୋଣାର୍କ ଚକ୍ରକୁ ବାଲୁକା ଚିତ୍ରକଳାରେ ସ୍ଥାନ ଦିଆଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନିଜେ ଉପସ୍ଥିତ ହେବାକୁ ଥିବାରୁ ବାଲୁକା ଚିତ୍ର କଳାରେ ମୋଦିଙ୍କୁ ସ୍ଵାଗତ କରିଛନ୍ତି ସୁଦର୍ଶନ।