ଓଡିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଓଡିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ |   ‘ଭାରତ ଯୋଡ ନ୍ୟାୟ ଯାତ୍ରା’ ଆଜି ସନ୍ଧ୍ୟାରେ ସୁନ୍ଦରଗଡ଼ରେ ପ୍ରବେଶ କରିବ । ଜିଲ୍ଲାର ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ଦଳ ପକ୍ଷରୁ ସ୍ୱାଗତ କରାଯିବ ।  ଅପରାହ୍ଣ ୨ଟା ୩୦ରେ ଝାଡ଼ଖଣ୍ଡ-ଓଡ଼ିଶା ସୀମାରେ ପ୍ରବେଶ । ଆସନ୍ତା ରାଉରକେଲା ଉଦିତ୍‌ନଗରରୁ ପଦଯାତ୍ରା ଆରମ୍ଭ କରିବେ ରାହୁଲ ଗାନ୍ଧି । ଏନେଇ ଓଡ଼ିଶା ପ୍ରଦେଶ କମିଟି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି । ସେପଟେ ରାହୁଲଙ୍କ ଗସ୍ତକୁ ନେଇ ପୂରା ଚଳଚଞ୍ଚଳ ରାଜ୍ୟ କଂଗ୍ରେସ । ସାଧାରଣ ନିର୍ବାଚନ ପୂର୍ବରୁ ସଂଗଠନ ସଜାଡ଼ିବାକୁ ଲାଗିଛି ଦଳ । ୨୦୨୪ ସାଧାରଣ ନିର୍ବାଚନ ପାଇଁ ଲୋକଙ୍କ ନିକଟରେ ପହଞ୍ଚିବାକୁ ଦଳ ପ୍ରୟାସ ଆରମ୍ଭ କରିଛି ।

ରାହୁଲ ଗାନ୍ଧିଙ୍କ କାର୍ଯ୍ୟସୂଚୀ ଅନୁଯାୟୀ, ରାହୁଲ ଗାନ୍ଧି ଓଡ଼ିଶା-ଝାଡ଼ଖଣ୍ଡ ସୀମା ବାଁସଜୋର ଦେଇ ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁରଠାରେ ପହଞ୍ଚିବା ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଓ ଜିଲ୍ଲା କଂଗ୍ରେସ କମିଟି କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ସ୍ୱାଗତ କରାଯିବ । ସେଠାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ପତାକା ହସ୍ତାନ୍ତର ହେବ । ସେଠାରୁ ୧୧ କିଲୋମିଟର ଯାତ୍ରା କରି ରାହୁଲ ଗାନ୍ଧି ରାମପାଲର ବିଜାବାହାଲ ଠାରେ ରାତ୍ରିଯାପନ କରିବେ । ସକାଳ ୯ଟା ୩୦ରେ ରାଉରକେଲା ଉଦିତନଗର ଏସ୍‌ପି ସମ୍ମୁଖ ଛକ ନିକଟରୁ ପଦଯାତ୍ରା ଆରମ୍ଭ କରିବେ ।

ପରେ ପାନପୋଷ ଛକଠାରେ ସକାଳ ୧୦ଟାରେ ରାହୁଲ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ । ଗତ ଜାନୁଆରୀ ୧୪ ତାରିଖରେ ମଣିପୁରର ଥୋବୁଲ ଜିଲ୍ଲା ଖୋନଗଜୋମରୁ ଆରମ୍ଭ ହୋଇଥିବା ଯାତ୍ରା ମାର୍ଚ୍ଚ ୨୦ରେ ମୁମ୍ବାଇରେ ଶେଷ ହେବ । ଯାତ୍ରା ଚାଲିବ ୬୬ ଦିନ । ୧୫ ରାଜ୍ୟର ୧୧୦ ଜିଲ୍ଲା, ୧୦୦ ଲୋକସଭା ଓ ୩୩୭ ବିଧାନ ସଭା କ୍ଷେତ୍ର ଦେଇ ପ୍ରାୟ ୬ ହଜାର ୭୦୦ କିଲୋମିଟର ଅତିକ୍ରମ କରିବ ।

Leave A Reply

Your email address will not be published.