ସାଂସଦ ଘେରିବ କଂଗ୍ରେସ

0

ଓଡ଼ିଆ ନ୍ୟୁଜ୍: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ସୂଚନା ଅନୁଯାୟୀ, ବାଲେଶ୍ବରରେ ଜଣେ ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟ (HOD) ଦ୍ୱାରା ଯୌନ ନିର୍ଯାତନାର ଚାପ ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ।

Leave A Reply

Your email address will not be published.