ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନ ଘେରାଉ, ଛାତ୍ର କଂଗ୍ରେସ କର୍ମୀଙ୍କୁ ଉଠାଇଲା ପୋଲିସ

0

ଓଡ଼ିଆ ନ୍ୟୁଜ୍: ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇପଡିଥିବା ଅଭିଯୋଗ କରି ଭୁବନେଶ୍ବରରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏପରିକି ଛାତ୍ର କଂଗ୍ରେସ ପକ୍ଷରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନ ଘେରାଉ ଉଦ୍ୟମ କରାଯାଇଥିଲା।

ହେଲେ ପୋଲିସ ଏଜି ଛକରୁ ଛାତ୍ର କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇଥିଲା। ଏହି ଘଟଣା ଏବେ ରାଜ୍ୟ ରାଜନୀତିକୁ ସରଗରମ କରିଦେଇଛି।ଅନ୍ୟପକ୍ଷେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅଟିକୁ AIIMS ସ୍ଥାନାନ୍ତର କରାଯାଇଛି। ନାବାଳିକାଙ୍କ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ।

Leave A Reply

Your email address will not be published.