ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡାମାଡ଼

0

ଓଡ଼ିଆ ନ୍ୟୁଜ୍: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିଛି। ଛାତ୍ର କଂଗ୍ରେସ ଆଜି ସନ୍ଧ୍ୟାରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବାସଭବନ ଘେରିଛି।ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଉତ୍ତେଜିତ ହୋଇଛି। ଛାତ୍ର କଂଗ୍ରେସର ସଦସ୍ୟମାନେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା ମାଡ଼ କରିଛନ୍ତି। ଏଥି ସହିତ ସରକାରଙ୍କ ବିରୋଧରେ ନାରାବାଜି କରିଛନ୍ତି। କଂଗ୍ରେସ ଘଟଣାର ନ୍ୟାୟିକ ତଦନ୍ତ ଦାବି ସହିତ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି।

ଭୁବନେଶ୍ବରରେ ଛାତ୍ର କଂଗ୍ରେସ ମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ମୃତ ସୌମ୍ୟାଶ୍ରୀଙ୍କ ଗାଁରେ ପହଞ୍ଚି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ଟିମ୍‌ ସହିତ ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ପଳାସିଆକୁ ଯାଇ ପରିବାର ଲୋକଙ୍କୁ ଭେଟିଛନ୍ତି। ଏହି ଦଳରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ମଧ୍ୟ ସାମିଲ ଥିଲେ। କଂଗ୍ରେସ ନେତାମାନେ ସୌମ୍ୟାଶ୍ରୀଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ।

Leave A Reply

Your email address will not be published.