ଓଡ଼ିଆ ନ୍ୟୁଜ୍: ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ମଧ୍ୟ ଜାରି କଲା ହ୍ବିପ୍।ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସୂଚନା।୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ।ଯେଭଳି କ୍ରସ୍ ଭୋଟିଂ ନ ହେବ ଆମେ ତତ୍ପର ଅଛୁ: ଭକ୍ତ।ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ହୋଇଛି । ଯେଉଁଥିଲାଗି ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ ଲାଗି ଅନୁଷ୍ଠିତ ହେବ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ଯାଞ୍ଚ। । ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ଣରେ ହେବ ଭୋଟ୍ ଗଣତି ।
ଅନ୍ୟପଟେ ବିଜେଡି ମଧ୍ୟ ହୁଇପ୍ ଜାରି କରିଛି। ଦଳ କହିଛି ଯେ, ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ।