ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ ଦିବସର ଥିମ୍ ରହିଛି ‘ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ।
ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆହୁରି କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନର ବ୍ୟବସ୍ଥା ହୋଇଛି। ମନ୍ତ୍ରୀ, ସାଂସଦ, ବିଧାୟକମାନେ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଛନ୍ତି। ନୂଆ ଓଡ଼ିଶା, ସୁସ୍ଥ ଓଡ଼ିଶା ଗଠନରେ ନିଶ୍ଚିତରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ଯୋଗ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଯୋଗ କରିଥିଲେ।
ତାଙ୍କ ସହ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, କ୍ରୀଡ଼ା ସଚିବ ଭିନୀଲ କ୍ରିଷ୍ଣାଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ। ସମସ୍ତେ ଯୋଗ କରିଥିଲେ। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ଦିବସରେ ସାମିଲହୋଇଥିଲେ ମନ୍ତ୍ରୀ, ବିଧାୟକ ଓ ସାଂସଦ। କଟକ, ରାଉରକେଲା, ବ୍ରହ୍ମପୁର, ବଲାଙ୍ଗିର, କୋଣାର୍କ ଓ ଜୟପୁରରେ ମଧ୍ୟ ସ୍ୱତନ୍ତ୍ର ଭାବେ ପାଳିତ କରାଯାଇଛି ଅନ୍ତର୍ଜାତୀୟ ଯୋଗ ଦିବସ।