ବଢୁଛି କରୋନା, ୧୨ହଜାର ଟପିଲା ଦୈନିକ ସଂକ୍ରମଣ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଦିନକୁଦିନ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ପୁଣି ୧୨,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ରୁ ଅଧିକ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୧୯୩ କରୋନାଭାଇରସ୍‌ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୧୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୮୧,୮୭୭ରେ ପହଂଚିଛି ।

ଗତ ୨୪ ଘଣ୍ଟାରେ ୪୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୦୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୮୩,୦୨୧ । ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୬% ରହିଛି। ଏହାଛଡା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୫୫୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି । ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୫% ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୩୭,୫୮୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଗତକାଲି ୦୧,୯୭,୪୭୭ଟି ନମୁନ ପରୀକ୍ଷା କରାଯାଇଛି । ।

Leave A Reply

Your email address will not be published.