ଖସୁନି କରୋନା ଗ୍ରାଫ୍: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮,୨୭୫ ପଜିଟିଭ୍

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଦେଶରେ ଉପରମୁହାଁ କରୋନା ଗ୍ରାଫ୍ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୧୮ହଜାର ୨୫୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୧ଲକ୍ଷ ୨୮ହଜାର ୬୯୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସେହିପରି ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍ ଲାଗୁନାହିଁ । ଗୋଟିଏ ଦିନରେ ଦେଶରେ ଆଉ ୪୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କରୋନାରୁ ଆଉ ୧୪ହଜାର ୫୫୩ଜଣ ସୁସ୍ଥ ହୋଇଛନ୍ତି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪.୨୨ ପ୍ରତିଶତ ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍ ୫ଲକ୍ଷ ୨୫ ହଜାର ୪୨୮ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍ କରୋନାରୁ ସୁସ୍ଥ ହେଲେଣି ୪,୨୯,୬୮,୫୩୩ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ସମସ୍ତେ କରୋନା ନିୟମ ମାନିବାକୁ ପରାମର୍ଶ ଦେଉଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ।

 

Leave A Reply

Your email address will not be published.