ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଦିନକୁ ଦିନ କରୋନା ସଂକ୍ରମଣ କମିବାରେ ଲାଗିଛି । ଏଥିପାଇଁ ଲୋକମାନେ ଟିକେ ଆଶ୍ବସ୍ତି ଅନୁଭବ କରୁଛନ୍ତି। ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭୩ କରୋନା ଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୭୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୬,୯୩୪ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ୭ଟି ମୃତ୍ୟୁ ରିପୋର୍ଟ କରାଯିବା
ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୩୯କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୪୭,୪୭୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୨୩କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି।
ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୯୮,୬୦୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।