ବର୍ଷାଙ୍କୁ କୋର୍ଟଙ୍କ ନୋଟିସ

0

ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର : ଦିନ ବଢିବା ସହ ବଢି ବଢି ଚାଲିଛି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ । ଏହି ମାମଲାକୁ ନେଇ କଟକ ଫ୍ୟାମିଲି କୋର୍ଟରେ ଛାଡ଼ପତ୍ର ଆବେଦନକୁ ଖାରଜ ହେବା ପରେ ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି ସାଂସଦ ଅନୁଭବ ମହାନ୍ତି । ଛାଡପତ୍ର ମାମଲାରେ କଟକ ପରିବାର ଅଦାଲତ ଦେଇଥିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅନୁଭବ ।

ତେବେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ବର୍ଷାଙ୍କୁ ନୋଟିସ୍‌ ଜାରି କରିଛନ୍ତି । ଜବାବ ଦାଖଲ ପାଇଁ ବର୍ଷାଙ୍କୁ ନୋଟିସ କରିଛନ୍ତି କୋର୍ଟ । ଏହାସହ ପରିବାର ଅଦାଲତଙ୍କୁ କୋର୍ଟ ରେକର୍ଡ ତଲବ କରିଛନ୍ତି ।ଆସନ୍ତା ନଭେମ୍ବର ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି । ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଥିଲେ । ଯାହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅନୁଭବ । ଗତ ସେପ୍ଟେମ୍ବର ୨୨ରେ ପରିବାର ଅଦାଲତ ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ ଖାରଜ କରିଥିଲେ । ଏନେଇ ପରିବାର ଅଦାଲତ ଯେଉଁ ରାୟ ଦେଇଛନ୍ତି ତାହା ରଦ୍ଦ କରାଯାଉ ବୋଲି ଅନୁଭବ ଆବେଦନରେ ଦର୍ଶାଇଛନ୍ତି ।

କଟକ ପରିବାର ଅଦାଲତ ଅନୁଭବଙ୍କ ଛାଡ଼ପତ୍ର ଆବେଦନ ସହିତ ଦାମ୍ପତ୍ୟ ଜୀବନ ପୁନଃସ୍ଥାପନ ପାଇଁ ବର୍ଷା ରୁଜୁ କରିଥିବା ମାମଲାକୁ ବି କୋର୍ଟ ଖାରଜ କରିଥିଲେ । ସୂଚନା ଥାଉ କି ଅକ୍ଟୋବର ୩୦ ସୁଦ୍ଧା ମାମଲା ଶେଷ କରି ରାୟ ଦେବାକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଥିଲା । ହାଇକୋର୍ଟର ତତ୍କାଳୀନ ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୁରଲୀଧର ସୁପରଷ୍ଟାର ଅନୁଭଵ ମହାନ୍ତିଙ୍କ ଦ୍ଵାରା ଆଗତ ଏକ ଟ୍ରାନ୍ସଫର ପିଟିସନର ଶୁଣାଣି କରି ୩ ମାସ ମଧ୍ୟରେ କଟକ ପରିବାର ଅଦାଲତ ଏହି ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.