କିଛି ଦିନ ହେବ ଦେଶରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବା ସହ ମଝିରେ ମଝିରେ କମ୍-ବେଶି ହେଉଛି।
ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୪୯,୩୯୪ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୧୦୭୨ ମୃତ୍ୟୁ ରେକର୍ଡ କରାଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି। ଗତକାଲି ଅପେକ୍ଷା ଆଜିର ସଂକ୍ରମଣ ହାର ୧୩% କମ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୧୯,୫୨,୭୧୨ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୦୭୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୦୦,୦୫୫ ରେ ପହଞ୍ଚିଛି।