ଇଣ୍ଟରନେଟ୍ କଟକଣା ୨୪ ଘଣ୍ଟା ବୃଦ୍ଧି

0

ଓଡ଼ିଆ ନ୍ୟୁଜ୍: କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି। ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର।ସିଏମ୍‌ସି, ସିଡିଏ, ବୟାଳିଶି ମୌଜାରେ କଟକଣା ବଳବତ୍ତର।ପୂର୍ବ ପରି ହ୍ବାଟ୍‌ସ ଆପ୍‌, ଫେସବୁକ୍, ଏକ୍ସ, ଇନ୍‌ଷ୍ଟାଗ୍ରାମ ବନ୍ଦ ନିର୍ଦ୍ଦେଶ।

କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି ବୋଲି ସ୍ୱରାଷ୍ଟ୍ର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀରେ କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍‌ ସେବା ବନ୍ଦର ପଦକ୍ଷେପ ନିଆଯାଇଛି। କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା ଅଞ୍ଚଳରେ ଏହି ପ୍ରତିବନ୍ଧ ଲାଗୁ କରାଯାଇଛି।

Leave A Reply

Your email address will not be published.