କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ନିବେଦିତା ପ୍ରଧାନଙ୍କ ବିୟୋଗ, ରାଜ୍ୟ ବିଜେପିର ଶୋକ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ବିଧାୟିକା ସୁଶ୍ରୀ ନିବେଦିତା ପ୍ରଧାନ(କୁନି ଅପା)ଙ୍କ ଆଜି ଅପରାହ୍ନରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ସ୍ୱର୍ଗତଃ ସୁଶ୍ରୀ ନିବେଦିତାଙ୍କ ମର ଶରୀରକୁ କଟକସ୍ଥିତ ବାସଭବନକୁ ନିଆଯାଇଥିଲା । ସେଠାରେ ଦଳୀୟ କାର୍ଯ୍ୟକର୍ତା ଓ ସାଧାରଣ ଜନତା ପାର୍ଥୀବଶରୀରକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସ୍ୱର୍ଗତଃ ସୁଶ୍ରୀ ନିବେଦିତା ରାଜ୍ୟ ବିଜେପିର କର୍ମତତ୍ପର ନେତ୍ରୀ ଓ କଟକବାସୀଙ୍କ ଅତିପ୍ରିୟ ଥିଲେ । ସ୍ୱର୍ଗତଃ ସୁଶ୍ରୀ ନିବେଦିତାଙ୍କ ବିୟୋଗରେ ଭାରତୀୟ ଜନତା ପାର୍ଟିର ଅପୂରଣୀୟ କ୍ଷତି ହୋଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରି କହିଛନ୍ତି ।

ସ୍ୱର୍ଗତଃ ସୁଶ୍ରୀ ନିବେଦିତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକ ସନ୍ତପ୍ତ ପରିବାର ବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶ୍ରୀ ସାମଲ ଓ ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।
ରାଜ୍ୟ ସଭାପତି ଶ୍ରୀ ସାମଲ, ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ମାନସ କୁମାର ମହାନ୍ତିଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ସ୍ୱର୍ଗତଃ ସୁଶ୍ରୀ ନିବେଦିତାଙ୍କ କଟକ ସ୍ଥିତ ବାସଭବନକୁ ଯାଇ ପାର୍ଥୀବ ଶରୀରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

Leave A Reply

Your email address will not be published.