ଓଡ଼ିଆ ନ୍ୟୁଜ୍: ଆଜି କଟକ ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ।ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି ଦୃଷ୍ଟିରୁ ଛୁଟି ବାତିଲ୍ ଘୋଷଣା।ଆଜି ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ।ଅଧିକାରୀ ଓ କର୍ମଚାରୀଙ୍କୁ ଅଫିସ୍ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ। ପ୍ରବଳରୁ ଅତି ପ୍ରବଳ ବର୍ଷା ହେଲେ କଟକ ସହରରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବ। ଏଥିସହ ଜିଲାର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ବର୍ଷାବିତ୍ପାତଜନିତ ସମସ୍ୟା ଦେଖାଦେଇପାରେ।
ତେଣୁ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ସଜାଗ ରହିବା ନିହାତି ଆବଶ୍ୟକ। ସେଥିପାଇଁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଜିଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବେ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଚେତାଇ ଦିଆଯାଇଛି।