କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌

0

ଓଡ଼ିଆ ନ୍ୟୁଜ୍: କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌।ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କଲେ। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର।କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି।ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି।ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି।ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ।ସହରର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସନ୍ତୁ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର। କିନ୍ତୁ ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି ଏବଂ ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.