ଓଡ଼ିଆ ନ୍ୟୁଜ୍: ଲଘୁଚାପ ଓ ଅବପାତ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା। ବର୍ତ୍ତମାନ ସୁଦ୍ଧା କେବଳ ୨୧ରେ ଲଘୁଚାପ, ୨୩ ସୁଦ୍ଧା ଅବପାତ ଆକଳନ।‘ଆନ୍ଧ୍ର ପ୍ରଦେଶ ଓ ତାମିଲନାଡୁ ଉପକୂଳ ମୁହାଁ ହେବା ସମ୍ଭାବନା’।‘ଓଡ଼ିଶା ପାଇଁ କୌଣସି ପ୍ରକାର ସତର୍କ ସୂଚନା ଜାରି କରିନୁ’। ‘୨୧ ପୂର୍ବରୁ ମତ୍ସ୍ୟଜୀବୀ କୂଳକୁ ଫେରି ଆସିବା ଦରକାର’। ‘ଲଘୁଚାପ ସୃଷ୍ଟି ହେବା ପରେ ତୀବ୍ରତା ନେଇ ଆକଳନ କରିହେବ’।ଏହା ତାମିଲନାଡୁ, ପୁଡୁଚେରୀ ଓ ଆନ୍ଧ୍ରପ୍ରଦେଶରେ ଗତି କରିବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପିଛା ୩୦ରୁ ୫୫କିମି ଯାଏଁ ବହିପାରେ। କିନ୍ତୁ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ କୌଣସି ସତର୍କ ସୂଚନା ଜାରି କରି ନାହିଁ। ଓଡ଼ିଶା ନେଇ ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଆଇଏମ୍ଡି ଡଜି କହିଛନ୍ତି, ଜିଏଫ୍ଏକ୍ସ ମଡେଲ ଦେଖନ୍ତୁ ନାହିଁ। ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ଯାହା ପୂର୍ବାନୁମାନ କରାଯାଉଛି ତାକୁ ହିଁ ଦେଖନ୍ତୁ। ପାଣିପାଗ ବିଭାଗ ଅନୁସାରେ ଆସନ୍ତା ୨୧ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୨୩ ତରିଖ ସକାଳ ସୁଦ୍ଧା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଦକ୍ଷିଣ-କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବାକୁ ଥିବା ଏହି ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ିବ। ତାପରେ ଏହା ତାମିଲନାଡୁ, ପୁଡୁଚେରୀ ଏବଂ ନିକଟସ୍ଥ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡ଼କୁ ଆଗେଇବ।