ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ‘ଦାନା’

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ୨୪ ତାରିଖ ମଧ୍ୟରାତ୍ରୀରେ ସ୍ଥଳଭାଗ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପାରାଦୀପର ୬୭୦ କିମି ଦୂରରେ ଅଛି ଗଭୀର ଅବପାତ।  ଭୀଷଣ ରୂପ ନେଇ ଓଡ଼ିଶା ଉପକୂଳ ଭିତରକନିକାରୁ ଧାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ଘଣ୍ଟାକୁ ୩ କିମି ବେଗରେ ଏହା ଗତି କରୁଛି।

୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କରଲୋମିଟର ମଧ୍ୟରେ ରହିବ। ତେବେ ସୂଚନା ମୁତାବକ, ଆସନ୍ତାକାଲି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ସହଯୋଗ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଅଗ୍ନିଶମ, ଓଡ୍ରାଫ୍, ଏନ୍ଡିଆରଏଫ୍, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ପ୍ରସ୍ତୁତ ରହିଛି।

Comments are closed.