ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଚଳିତ ସପ୍ତାହର ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଶୁକ୍ରବାର ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୧୪ ଜିଲା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ସେପ୍ଟେମ୍ବର ୧୩ ଠାରୁ ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Comments are closed.