ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ରାଜ୍ୟରେ ହେବ ବଡ ବର୍ଷା। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ । ଆସନ୍ତାକାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ସଂଗୀନ ହୋଇପାରେ ।ଅଧିକାଂଶ ଜିଲ୍ଲାରେ ୨ଶହ ମିଲିମିଟରରୁ ଅଧିକ ବର୍ଷାହେବା ସମ୍ଭାବନା ରହିଛି । ଗତକାଲିର ଘୂର୍ଣ୍ଣିବଳୟ ଆଜି ମଧ୍ୟ ପଶ୍ଚିମ ଝଡ଼ଖଣ୍ଡ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।
ଅନ୍ୟପଟେ ଲଗାଣ ବର୍ଷାରେ ବଲାଙ୍ଗୀର ଅବସ୍ଥା ବେହାଲ । ଜଳବନ୍ଦୀରେ ରହିଛିବହୁ ଅଞ୍ଚଳ ।