ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଦୁଇ ଦିନ ପ୍ରବଳ ବର୍ଷିବ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜି ସକାଳ ୮ଟା ୩୦ ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା। ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ।

ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ଅପରାହ୍ଣ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ବଲାଙ୍ଗିରରେ ୯୦ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ପାରଳାଖେମୁଣ୍ଡି ୬୧.୨ମି.ମି, ଅନୁଗୋଳ ୬୦ମି.ମି, ନବରଙ୍ଗପୁର ୫୭ମି.ମି ଏବଂ ବୌଦ୍ଧ ୫୭ମି.ମି ବର୍ଷା ହୋଇଛି। ଗତ ୨୪ଘଣ୍ଟାରେ ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

ବୌଦ୍ଧରେ ସବୁଠୁ ଅଧିକ ୧୪୫ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ଉଲୁଣ୍ଡା ୧୩୭ ମି.ମି ଏବଂ ବୀରମହାରାଜପୁରରେ ୧୧୧ ମି.ମି ବର୍ଷା ହୋଇଛି। ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁଁ ଖୋର୍ଦ୍ଧା ରାସ୍ତା ଉପରେ ୪ଫୁଟର ପାଣି। ଖୋର୍ଦ୍ଧା ନୟାଗଡ଼, ଖୋର୍ଦ୍ଧା ବାଙ୍କୀ ରାସ୍ତା ବିଛିନ୍ନ। ପ୍ରବଳ ବର୍ଷା ଯୋଗୁଁ ୫୭ନଂ ଜାତୀୟ ରାଜପଥରେ ଚାଲୁଛି ପାଣି । ଉଭୟ ପାର୍ଶ୍ଵରେ ଯାନବାହାନ ଅଟକି ରହିଛି।

Comments are closed.