ଆନ୍ଧ୍ର ଉପକୂଳକୁ ମାଡ଼ି ଆସୁଛି ସାଇକ୍ଲୋନ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆନ୍ଧ୍ର ଉପକୂଳକୁ ମାଡ଼ି ଆସୁଛି ସାଇକ୍ଲୋନ । ବଙ୍ଗୋପସାଗରରେ ଆଗକୁ ବଢୁଛି ମିଗଜୋମ୍ । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ସାମୁଦ୍ରିକ ଝଡ଼ । ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଅଗ୍ରସର ହେଉଛି । ଆଜି ମଧ୍ୟାହ୍ନରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ । ସମୁଦ୍ରକୁ ବଳ ଗୋଟାଇ ଅଧିକ ଘନୀଭୂତ ହେବ ବାତ୍ୟା । ବର୍ତ୍ତମାନ ଏହି ବାତ୍ୟା ପୁଡୁଚେରୀରୁ ପ୍ରାୟ ୨୧୦ ଓ ଚେନ୍ନାଇରୁ ୧୫୦ କିଲୋମିଟର ଦୂରରେ ରହିଛି । ସମୁଦ୍ର ମଧ୍ୟରେ ବଳ ଗୋଟାଇବା ସହ ଘଣ୍ଟାକୁ ପ୍ରାୟ ୮ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ‘ମିଗଜୋମ’ । କାଲି ମଧ୍ୟାହ୍ନ ସମୟରେ ଆନ୍ଧ୍ରର ନେଲୋର୍‌ ଓ ମଚ୍ଛଲିପଟ୍ଟନମ ମଧ୍ୟରେ ଲ୍ୟାଣ୍ଡଫଲ ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଓଡ଼ିଶାରେ ମଧ୍ୟ ରହିବ ବାତ୍ୟାର ପ୍ରଭାବ ।

ଆଜିଠୁ ବର୍ଷା ଆରମ୍ଭ ହେବ ଏବଂ ୫ ତାରିଖରେ ପ୍ରବଳ ବର୍ଷିବ । ୭ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବେଶି ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା । ପବନର ଭୟ ନଥିଲେ ବି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଚାଷ ନଷ୍ଟ ହେବାର ଆଶଙ୍କା ଥିବାରୁ କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ସଚେତନ କରାଇଛି । ଧାର କରଜ କରି ଏକର ଏକର ଜମିରେ ଧାନ ଚାଷ କରିଥିବା ଚାଷୀ ଏବେ ଚିନ୍ତାରେ । ସେପଟେ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ଅଛନ୍ତି NDRF ଟିମ୍‌ । ଓଡ଼ିଶା, ମଧ୍ୟପ୍ରଦେଶ, ତାମିଲନାଡୁ ଓ ପୁଡୁଚେରୀ ପାଇଁ ୧୮ଟି ଟିମ୍‌ ନିଯୁକ୍ତ କରାଯାଇଛି । ଆଉ ୧୦ଟି ଟିମକୁ ଆଲର୍ଟ ମୋଡରେ ରଖାଯାଇଛି ।

ପୂର୍ବତଟ ରେଳପଥ ବାତ୍ୟା ମିଚାଉଙ୍ଗ୍ ଏବଂ ଏହାର ପ୍ରଭାବରେ ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଭୂମି କାର୍ଯ୍ୟ ରକ୍ଷଣାବେକ୍ଷଣର ପ୍ରସ୍ତୁତି କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଏବଂ ବିପର୍ଯ୍ୟୟର ପରିଚାଳନାର ଅଭିଜ୍ଞତାର ସୁଯୋଗ ନେଇ ପୂର୍ବତଟ ରେଳପଥ ମଧ୍ୟରେ ଯଦି ବାତ୍ୟା ମିଚାଉଙ୍ଗ୍ ଦ୍ୱାରା ଟ୍ରେନ୍ ଟ୍ରାଫିକ୍ ଏବଂ ରେଲୱେ ଟ୍ରାକ ପ୍ରଭାବିତ ହୁଏ ତେବେ ତାହାର ଶୀଘ୍ର ପୁନରୁଦ୍ଧାର ପାଇଁ ଯୋଜନା କରିଛି ।

Leave A Reply

Your email address will not be published.