ସୃଷ୍ଟି ହେଲା ଗଭୀର ଅବପାତ

0

ଓଡ଼ିଆ ନ୍ୟୁଜ୍: ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ।ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ। ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା।ଏବେ ଗୋପାଳପୁର ଠାରୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ।ଆନ୍ଧ୍ରର କାକିନାଡ଼ାଠାରୁ ୮୪୦ କି.ମି. ଦୂରରେ କେନ୍ଦ୍ରୀଭୂତ। ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଝିରେ ସ୍ଥଳଭାଗ ଛୁଇଁବ ବାତ୍ୟା ।

ଅକ୍ଟୋବର ୨୮ ତାରିଖରେ ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଆଇଏମ୍‌ଡି । ଦକ୍ଷିଣ ଓଡ଼ିଶାରେ ଏହାର ବଡ଼ ପ୍ରଭାବ ପଡ଼ିବ । ଖାଲି ଦକ୍ଷିଣ ନୁହେଁ, ଉପକୂଳ ଓଡ଼ିଶାରେ ମଧ୍ୟ ୩ ଦିନ ଧରି ପ୍ରବଳ ବର୍ଷିବ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମକୁ ରେଡ ୱାଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଭିତରେ ଗତି କରୁଛି ଅବପାତ ।୨୮ତାରିଖ ସନ୍ଧ୍ୟାରୁ ରାତି ଭିତରେ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବ । ମଛଲିପଟ୍ଟନମ୍‌ ଓ କଳିଙ୍ଗପଟ୍ଟନମ୍ ମଧ୍ୟରେ କାକିନଡ୍ଡା ନିକଟରେ ସ୍ଥଳଭାଗ ଅତିକ୍ରମ କରିବ । ଏହି ସମୟରେ ପବନର ବେଗ ୯୦ରୁ ୧୦୦ କିମି ରହିବ । ଆଜି ବାତ୍ୟାର ଗତିପଥ ନେଇ ଆହୁରି ଚିତ୍ର ସ୍ପଷ୍ଟ ହେବ ।

Leave A Reply

Your email address will not be published.