୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ୨୭ ଓ ୨୮ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ୱଲପୁର,ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତା ୫ ଦିନ ବର୍ଷା ହେବ ଏବଂ ଆଗାମୀ ୪୮ ଘଣ୍ଟା ହାଲୁକା ବର୍ଷା ହେବ। ୨୬ରୁ ବଢ଼ିବ ବର୍ଷାର ବିସ୍ତୃତି। ୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଇପାରେ। ଆସନ୍ତା ତିନି ଦିନ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ, ଏହାକୁ ନଜରରେ ରଖିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Comments are closed.