ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ରାଜଧାନୀ ଭୁବନେଶ୍ବରରେ ଘରୋଇ ହସ୍ପିଟାଲ ବିସ୍ଫୋରଣ ଘଟଣାରେ ଆଉ ଏକ ଦୁଃଖଦ ଖବର ମିଳିଛି ।  ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ । ଏସିରେ ଗ୍ୟାସ୍ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ଜଣେ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

ହାଇଟେକ ହସ୍ପିଟାଲରେ ମୃତକଙ୍କୁ ଚିହ୍ନଟ ନେଇ ଲାଗି ରହିଛି ଦ୍ୱନ୍ଦ୍ୱ । ଚିକିତ୍ସାଧୀନ ଥିଲା ଅବସ୍ଥାରେ ବ୍ୟକ୍ତି ଜଣଙ୍କ ନିଜକୁ ଦିଲ୍ଲୀପ ସାମନ୍ତରାୟ କହୁଥିଲେ ମଧ୍ୟ, ମେଡ଼ିକାଲ କର୍ତ୍ତୃପକ୍ଷ କହିଥିଲେ DNA ଟେଷ୍ଟ ରିପୋର୍ଟ ଆସିବା ପରେ ସତ ପଦାକୁ ଆସିବ । ତେବେ ଏକଥା ପୂରା ଜୋର୍ ଦେଇ କହିହେବ ଯେ, ମେଡ଼ିକାଲ୍ କିମ୍ବା ପୋଲିସର ଦାୟିତ୍ୱହୀନତା ପାଇଁ ହେଉ ଅବା ପରିବାରର ଅଜ୍ଞତାରୁ ହେଉ, ମୃତକଙ୍କ ପରିଚୟକୁ ନେଇ ସୃଷ୍ଟି ହୋଇଛି ବିରାଟ ଦ୍ୱନ୍ଦ୍ୱ ।

ଜଟଣି ବଅଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟ ୨ ବର୍ଷ ତଳେ ବିବାହ କରିଥିଲେ । କିନ୍ତୁ ତାଙ୍କ ବିୟୋଗ ଖବର ପାଇଁ ନୂଆବର୍ଷ ଦିନ ଆତ୍ମହତ୍ୟା କରିଦେଇଥିଲେ ତାଙ୍କ ନବବିବାହିତା ପତ୍ନୀ ସୋନା ସାମନ୍ତରାୟ । ଆସନ୍ତା ଶନିବାର ଉଭୟଙ୍କ ଶୁଦ୍ଧିକ୍ରିୟା ପାଇଁ ପ୍ରସ୍ତୁତି ଚାଲିଥିଲା ଏବଂ ଦଶାହ କର୍ମପାଇଁ ଗଙ୍ଗା କାର୍ଡ ଛପାସରିଥିଲା । ହେଲେ ପରେ ଦିଲ୍ଲୀପ ଜୀବିତ ବୋଲି କହିବା ପରେ, ତାଙ୍କ ପରିବାର ଲୋକେ ଯାହାର ମୃତଦେହ ଅନ୍ତିମ ସଂସ୍କାର କଲେ, ତାହା କାହାର ବୋଲି ସନ୍ଦେହରେ ଅଛନ୍ତି । ଏବେ ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତି ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.