ଅଭିନେତା ସଚ୍ଚି ଦାସଙ୍କର ପରଲୋକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବରିଷ୍ଠ ଓଡ଼ିଆ ଅଭିନେତା ତଥା ନିର୍ଦେଶକ ସଚ୍ଚି ଦାସ(୮୮)ଙ୍କର ପରଲୋକ ଘଟିଛି।  ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଦେହାନ୍ତ ହୋଇ ଯାଇଛି । ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବା ପରେ ରାଜ୍ୟ କଳାକାର ମହଲରେ ଶୋକର ଛାୟା ଖେଳିଯାଇଛି।

ବିଶେଷ କରି ରାଜ୍ୟର ସମସ୍ତ କଳାକାର ଓ ଅଗଣିତ ଦର୍ଶକଙ୍କୁ ଏହି ଖବର ବ୍ୟଥିତ କରିଛି । ଏକ ଜମିଦାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ ମଧ୍ୟ ପିଲା ବେଳୁ କଳା ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ରହିଥିଲା । ବୟସ ବଢ଼ିବା ସହିତ ସେ କଳାଜଗତରେ ନିଜକୁ ବେଶ୍ ପ୍ରତିଷ୍ଠିତ କରିଥିଲେ । ରାଜ୍ୟର କଳାକାରଙ୍କ ମଧ୍ୟରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧା ଓ ସମ୍ମାନ ରହିଥିଲା। ସେ ଅନେକ ଚଳଚ୍ଚିତ୍ର, ମେଗା ଧାରାବାହିକରେ ଅଭିନୟ କରିବା ସହିତ ଜଣେ ନିର୍ଦ୍ଦେଶକ ଭାବେ ମଧ୍ୟ ବେଶ ସୁନାମ ଅର୍ଜନ କରିଥିଲେ । ବିଶେଷ କରି ଯାତ୍ରା ଜଗତରେ ଜଣେ ନିର୍ଦେଶ ଭାବେ ସେ ବେଶ ସୁନାମ ଓ ଲୋକପ୍ରିୟତା ଅର୍ଜନ କରିଥିଲେ ।

ତାଙ୍କ ନିର୍ଦେଶନାରେ ଅନେକ ଯାତ୍ରା ବିଶେଷ ଲୋକପ୍ରିୟ ହୋଇ ପ୍ରଶଂସା ସାଉଁଟିଥିଲା ବେଳେ ତାଙ୍କ ନିର୍ଦେଶନାରେ ଶାଗୁଣା ବସିଛି ଡେଣା ମେଲାଇ ନାଟକ ବେଶ ସଫଳ ଓ ଲୋକପ୍ରିୟ ହୋଇଥିଲା । କଟକରୁ ତାଙ୍କ ମରଶରୀର ବରୀ ଆନନ୍ଦପୁରସ୍ଥିତ ବାସଭବନକୁ ଅଣାଯାଇ ନିଜ ପୈତୃକ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ସୂତ୍ରରୁ ଜଣାଯାଇଛି ।

Leave A Reply

Your email address will not be published.