ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଉ ନାହାନ୍ତି ମାନବସେବୀ ପଦ୍ମଶ୍ରୀ କମଳା ପୂଜାରୀ । କଟକ ଏସସିବି ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । 70ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ହୃଦଘାତରେ କମଳା ପୂଜାରୀଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କିଡନୀ ଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ।

ସୂଚନା ମୁତାବକ, ୧୬ ତାରିଖ ସନ୍ଧ୍ୟାରେ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥାର ଅନୁଧ୍ୟାନ କରୁଥିଲେ। ୧୮ ତାରିଖରେ କଟକ ବଡ଼ ମେଡିକାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା।  SCBର ଆଇସିୟୁରେ କମଳା ପୂଜାରୀଙ୍କୁ ଭର୍ତ୍ତି କରାଯାଇଥିଲା। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ଚାରିଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା। ସେମାନେ କମଳା ପୂଜାରୀଙ୍କର ଚିକିତ୍ସା କରୁଥିଲେ।  ଦୁଇ ଦିନ ତଳେ ପୁଣି ଥରେ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ ପଦ୍ମଶ୍ରୀ କମଳା ପୂଜାରୀ।

ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଆଣି ତାଙ୍କୁ ଏସ୍‌ସିବି ମେଡ଼ିସିନ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏସ୍‌ସିବି ଭେଷଜ ବିଭାଗର ବରିଷ୍ଠ ବିଶେଷଜ୍ଞ ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଗଠିତ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ତାଙ୍କର ୟୁରିଆ କ୍ରେଟାଇନ୍‌ ବଢିଯାଇଥିଲା। ଦାନ୍ତରେ ସଂକ୍ରମଣ ହୋଇଥିଲା। ଏସ୍‌ସିବି ମେଡିସିନ୍‌ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ବିଜୟ କୁମାର ବେହେରା, ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡା, ନେଫ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଅରୁଣା ଆଚାର୍ଯ୍ୟ, ପଲ୍‌ମୋନାରି ମେଡ଼ିସିନ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ମନୋରଞ୍ଜନ ଦାସ ପ୍ରମୁଖଙ୍କୁ ନେଇ ଚିକିତ୍ସା ପାଇଁ କମିଟି ଗଠନ କରାଯାଇଥିଲା।

Leave A Reply

Your email address will not be published.