ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସମ୍ବଲପୁରୀ ଗାୟିକା ରୁକ୍ ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ସନା ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ବଲାଙ୍ଗୀରର ଭୀମ ଭୋଇ ମେଡ଼ିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା।
ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ତେବେ ରୁକ୍ ସନାଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପରିବାର ଲୋକେ।
ତାଙ୍କ ମା’ ଓ ବଡ ଭଉଣୀ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସ୍ଲୋ ପଏଜନ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି। ଅନ୍ୟପକ୍ଷରେ ରୁକ୍ ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ହୋଇଥିବା ଜଣାଯାଇଛି।ତେବେ ଏନେଇ ଏମ୍ସ କର୍ତ୍ତୁପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।
Comments are closed.