ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ୧୫ ମିନିଟ୍ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍ ଚ୍ୟୁତ୍ ହୋଇ ପାଖରେ ଅନ୍ୟ ଲାଇନ୍ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍ ଏହି ସମୟରେ ଅନ୍ୟ ଏକ ଲାଇନ୍ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍ ଲାଇନ୍ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।
ଟ୍ରେନ ଦୁର୍ଘଟଣା ହେବା ପର ଗତକାଲି ରାତି ଠାରୁ ଏବେ ଯାଏଁ ଉଦ୍ଧାରକାର୍ଯ୍ୟ ଜାରି ରହିଛି ।
ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେଉଥିବାରୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ହସ୍ପିଟାଲରେ ଆହତଙ୍କୁ ଭର୍ତ୍ତି କରାଯାଉଥିବା ବେଳେ ମୃତକଙ୍କୁ ଗୋଟିଏ ସ୍ଥାନରେ ରଖାଯାଇଛି। ବାୟୁସେନା ସହ ଏନଡିଆରଏଫ, ଓଡ୍ରାଫ ଏବଂ ଅଗ୍ନିଶମବାହିନୀ ଦ୍ୱାରା ଯୁଦ୍ଧକାଳୀନ ଭତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।