ଓଡ଼ିଆ ନ୍ୟୁଜ୍: ଦେବଗଡ଼ ଜିଲ୍ଲାରେ ୨୦ରୁ ୨୩ ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା।ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ନିର୍ଦ୍ଦେଶରାଜ୍ୟରେ ଜାରି ରହିଛି। ଗ୍ରୀଷ୍ମ ପ୍ରବାହ । ଦିନ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ, ଏହା ୪୫ ଡିଗ୍ରୀ ସେଲସିୟସରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲ୍ଲାରେ୪ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି।ଆସନ୍ତା ୨୦ରୁ ୨୩ତାରିଖ ଚାରି ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜକୁ ଛୁଟି ଘୋଷଣା କରାଯାଇଛି ।
ସ୍କୁଲ, କଲେଜ ଛୁଟି ନେଇ ଘୋଷଣା କରିଛନ୍ତି ଦେବଗଡ଼ ଜିଲ୍ଲା ପ୍ରଶାସନ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରାଯାଇଛି । ଏପ୍ରିଲ ୨୦ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଛି । ଆବଶ୍ୟକ ସ୍ଥଳେ ସକାଳୁ ପରୀକ୍ଷା କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ପର୍ଯ୍ୟାପ୍ତ ପରିମାଣରେ ପିଇବା ପାଣି ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।