ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି

0

ଓଡ଼ିଆ ନ୍ୟୁଜ୍: ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ପ୍ରକ୍ରିୟା ଜାରି ରହିବ। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ଇ-କେଓ୍ବାଇସି ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି। ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୯୯।

ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ୭୪୭ ଜାଲ୍ ରାସନ କାର୍ଡ ଧରାପଡିଛି। ଗତବର୍ଷ ଜୁନ୍ ମାସରୁ ୧୫ ଲକ୍ଷ ୩୩ ହଜାର ୧୫୩ ଜଣ ଆବେଦନ କରିଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ୭୪୭ ଗୋଟି ଜାଲି ରାସନ କାର୍ଡ ଧରା ପଡ଼ିଛି । ସେହିପରି ଦ୍ୱିତୀୟରେ କଟକ ରୁ ୨୯୦୫ ଗୋଟି ଜାଲି କାର୍ଡ ଧରା ପଡିଛି । ତୃତୀୟ ରେ ରହିଛି ସୁନ୍ଦର ଗଡ଼ ଜିଲ୍ଲା ଯେଉଁଠି ୨୩୫୭ ଗୋଟି ଜାଲି ରାସନ କାର୍ଡ ଧରା ପଡ଼ିଛି ।ଅନ୍ୟ ଏକ ଲିଖିତ ଉତ୍ତରରେ ଯୋଗାଣ ମନ୍ତ୍ରୀ କହିଛନ୍ତି ଜୁନ୍ ୨୦୨୪ ଠାରୁ ରାସନ କାର୍ଡ଼ ପାଇଁ ମୋଟ ୧୫ ଲକ୍ଷ ୩୩ ହଜାର ୧୫୩ ଗୋଟି ଆବେଦନ ହସ୍ତଗତ ହୋଇଛି ।

Leave A Reply

Your email address will not be published.