କମୁଛି କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୧୪,୦୯୨ ସଂକ୍ରମିତ ଚିହ୍ନଟ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଲଗାତର ଭାବେ ସାରା ଦେଶରେ କମୁଛି କରୋନା ଗ୍ରାଫ୍ । ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୪ ହଜାର ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସେହିପରି ୧୧୬୮୬୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୬ ଲକ୍ଷ ୯ ହଜାର ୫୬୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୦୩୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ସେପଟେ କରୋନାକୁ ମାତ୍ ଦେବାପାଇଁ ସାରା ଦେଶରେ ଟୀକାକରଣ ଅଭିଯାନ ଜୋରସୋରରେ ଚାଲିଛି ।

 

Leave A Reply

Your email address will not be published.