ଦୀପାଳି ଦାସ ହେଲେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ, ବିଜେଡି ସୁପ୍ରିମୋ କଲେ ଘୋଷଣା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା । ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ । ଦୀପାଳିଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବ ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ା ବିଧାନସଭା ଆସନ ଖାଲି ପଡ଼ିଥିଲା।ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ନେଇ ତାରଖ ଘୋଷଣା ପରେ ପ୍ରଥମ ଦଳ ଭାବେ ବିଜେଡି ପ୍ରାର୍ଥୀ ଘୋଷଣା କରିଛି।

ଗତ ୨୯ ତାରିଖ ଅର୍ଥାତ ବୁଧବାର ଭାରତୀୟ ନିର୍ବାଚନ ଆୟୋଗ ଆସନ୍ତା ମେ ୧୦ରେ ଝାରସୁଗୁଡା ଉପନିର୍ବାଚନ ହେବ ବୋଲି ତାରିଖ ଘୋଷଣା କରିଥିଲେ। ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ହେବ ଉପନିର୍ବାଚନ । ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ୍ । ମେ ୧୩ ତାରିଖରେ ଭୋଟ୍ ଗଣତି ହେବ । ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ଆଶାୟୀ ପ୍ରାର୍ଥୀ । ଏପ୍ରିଲ ୨୧ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦେଇଛନ୍ତି ନିର୍ବାଚନ କମିଶନ।

Leave A Reply

Your email address will not be published.