ଫେବୃଆରୀ ୨ ଯାଏ ଘନ କୁହୁଡି

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ କୁହୁଡି କରୁଛି କଲବଲ। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଖୋର୍ଦ୍ଧା ଓ ପୁରୀରେ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ତେବେ ୪ ତାରିଖ ଯାଏ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଶନିବାର ଉପକୂଳ ଓଡ଼ିଶାରେ ଶୀତ ପ୍ରାୟତଃ ଉଭେଇ ଯିବ । ପୁରୀରେ ୨୦, ଗୋପାଳପୁରରେ ୧୯, ଚାନ୍ଦବାଲି ଓ ପାରାଦୀପରେ ୧୮, ଛତ୍ରପୁର, ଭୁବନେଶ୍ୱର ଓ ଚାନ୍ଦବାଲିରେ ୧୭, ଖୋର୍ଦ୍ଧା, ଭଦ୍ରକ, ଯାଜପୁର, କଟକ ଓ ନୟାଗଡ଼ରେ ୧୬ ଡିଗ୍ରୀ ରହିପାରେ । କେନ୍ଦ୍ରାପଡ଼ା, ଜଗତସିଂହପୁରରେ ୧୫ ଡିଗ୍ରୀ ରହିପାରେ । କୌଣସି ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀରୁ ତଳକୁ ଖସିବନି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave A Reply

Your email address will not be published.