ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ କରିଥିଲା। ବିଡିଓ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି |
ସୂଚନା ମୁତାବକ, ଗତକାଲି ପ୍ରଦୀପଙ୍କର ବାଲେଶ୍ୱରର ପୈତୃକ ଓ ସଂପର୍କୀୟଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଥିଲା। ଚଢ଼ଉ ବେଳେ ଭିଜିଲାନ୍ସ ଅଧିକାରୀ ପ୍ରଦୀପଙ୍କର ଦୁଇ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଥିଲେ। ଏଥିସହ ବାଲେଶ୍ୱର ସହରର ଅଙ୍ଗାରଗଡ଼ିଆରେ ଏକ ତିନି ମହଲା କୋଠା,ବାଲେଶ୍ୱର ସହରରେ ତାଙ୍କର ଘର କରିବା ଯୋଗ୍ୟ ୬ଟି ମୂଲ୍ୟବାନ ପ୍ଳଟ୍, ବ୍ୟାଙ୍କ, ବୀମା,ପୋଷ୍ଟାଲ ଜମା ଓ ୨ଟି ଦୁଇ ଚକିଆ ଯାନ ଠାବ କରାଯାଇଥିଲା।
ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ ଟିମ୍। ଏହି ଚଢଉରେ ୨ ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର ଓ ୫ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ହୋିଇଥିଲେ।