ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫଦାରୀ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟ୍: କହିଲେ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଘଟଣାରେ ଚିନ୍ତାପ୍ରକଟ କରିବା ସହ ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର ଗଣତନ୍ତ୍ର ପାଇଁ ବିପଦଜନକ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ । ଜଣେ ଜନପ୍ରତିନିଧିଙ୍କର ଦାୟିତ୍ୱ ହେଉଛି ଜନସାଧାରଣଙ୍କ କାର୍ଯ୍ୟ କରିବା ଓ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବା । ଏଥିରେ ବାଧା ସୃଷ୍ଟି କରାଯିବା ଅନୁଚିତ୍ ।

ଜନପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ହିଁ ସାଧାରଣ ଲୋକଙ୍କ କାର୍ଯ୍ୟ ସହଜ ହୋଇଥାଏ । କିନ୍ତୁ କିଛି ସରକାରୀ ଅଧିକାରୀ ନିଜର କର୍ତ୍ତବ୍ୟ ଓ ଦାୟିତ୍ୱକୁ ସୁଚାରୁରୂପେ ପାଳନ ନ କରି ଦଳୀୟ ଆଧାରରେ କାର୍ଯ୍ୟ କରି ଜନତାଙ୍କ ସମସ୍ୟାକୁ ଅଣଦେଖା କରିବା ସହ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି ; ଯାହାଫଳରେ ଜନଅସନ୍ତୋଷ ଦେଖାଯାଉଛି । ଏହାର ଏକ ଉଦାହରଣ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ଗିରଫଦାରୀ ।

ଜନସାଧାରଣଙ୍କ ସମସ୍ୟାକୁ ସମାଧାନ କରିବାକୁ ଯାଇ ବିଧାୟକ ଶ୍ରୀ ପାଣିଗ୍ରାହୀ ଗିରଫ ହେବା ଅନେକ ପ୍ରଶ୍ନ ସୃଷ୍ଟି କରୁଛି । କିଛି ଅଧିକାରୀମାନେ ନିଜର କାର୍ଯ୍ୟଶୈଳିକୁ ନ ସୁଧାରି ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି, ଯାହା ଗଣତନ୍ତ୍ର ପାଇଁ ବିପଦଜନକ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ।

Leave A Reply

Your email address will not be published.