ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଆଇନ ୨୦୨୦ରେ ଥିବା ଅସଙ୍ଗତିଗୁଡ଼ିକୁ ଆଇନଗତ ଓ ନିୟାମକ ଢାଞ୍ଚା ଅନୁସାରେ ସୁଧାରିବା ସହ ଆବଶ୍ୟକ ସଂଶୋଧନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ତେବେ ନିକଟ ଅତୀତରେ ଯେଉଁଭଳି ପରୀକ୍ଷାକୁ ନେଇ ଅନିୟମିତତା ଦେଖାଦେଇଛି, ତାହା ଛାତ୍ରଛାତ୍ରୀଙ୍କ ମାନସିକ ଓ ଭବିଷ୍ୟତ ଉପରେ ଅନାକ ପ୍ରଭବା ପକାଇଛି । ଯାହାକୁ ନେଇ ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ଚିଠି ଲେଖିଛନ୍ତି ଶିକ୍ଷାମନ୍ତ୍ରୀ । ଶିକ୍ଷାବିତମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଫେରାଇ ଆଣିବା, ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ୱାୟତତାକୁ ସୁରକ୍ଷିତ ରଖିବା ଏବଂ ଆମ ରାଜ୍ୟ ଯେପରି ଶିକ୍ଷାର ସର୍ବୋଚ୍ଚ ମାନଦଣ୍ଡ ବଜାୟ ରଖିବ ତାହା ସୁନିଶ୍ଚିତ କରିବା ପାଇଁ ଏହି ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।

ଏନେଇ ଶିକ୍ଷାମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି, ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ନିହାତି ଆବଶ୍ୟକ । ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବା ଉଚିତ୍ । ଯାହା ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବ । ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ଏହି ସଂଶୋଧନ ଗୁରୁତ୍ବପୂର୍ଣ୍ଣ ବୋଲି କହି ମୁଖ୍ୟମନ୍ତ୍ରୀକୁ ଚିଠି ଲେଖି କରିଛନ୍ତି ଧର୍ମେନ୍ଦ୍ର । କେନ୍ଦ୍ରମନ୍ତ୍ରୀ ପତ୍ରରେ ଆହୁରି ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ସ୍ୱାଧୀନ ଓ ଉଚ୍ଚମାନର ଶିକ୍ଷାବିତଙ୍କୁ ତିଆରି କରିବାର ପରମ୍ପରା ରହିଛି। ଯେଉଁମାନେ ରାଷ୍ଟ୍ର ନିର୍ମାଣ ସହ ରାଜ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ଜୀବନ୍ତ ଶିକ୍ଷଣ ପରିବେଶ ସୃଷ୍ଟି କରିବାରେ ବଡ ଦାୟିତ୍ୱ ଭୂମିକା ଗ୍ରହଣ କରିଛନ୍ତି। ସେମାନେ ସ୍ୱାଧୀନତା, ବିଶ୍ୱସନୀୟତା ଏବଂ ପ୍ରଶାସନିକ ଦକ୍ଷତା ଦ୍ୱାରା ରାଜ୍ୟ ପାଇଁ ଗୌରବ ଅର୍ଜନ କରିଥିଲେ। ଡ. ପ୍ରାଣକୃଷ୍ଣ ପରିଜା, ପ୍ରଫେସର ଶ୍ରୀରାମ ଦାଶ, ପ୍ରଫେସର ଚିନ୍ତାମଣି ଆଚାର୍ଯ୍ୟ, ଡ. ସଦାଶିବ ମିଶ୍ର ଏବଂ ଡା. ମହେନ୍ଦ୍ର କୁମାର ରାଉତଙ୍କ ପରି ବ୍ୟକ୍ତି ବିଶେଷମାନେ ସ୍ୱାଭିମାନୀ ଏବଂ ସ୍ୱାଧୀନ ଶିକ୍ଷାବିତ୍ ଭାବେ ଦୃଢ଼ ଭାବେ ନିଜକୁ ଉପସ୍ଥାପିତ କରିଛନ୍ତି।

ତେଣୁ ରାଜ୍ୟର ଶିକ୍ଷାବିତ୍ ଓ ଶିକ୍ଷାନୁଷ୍ଠାନଗୁଡ଼ିକର ବିଶ୍ୱସନୀୟତାକୁ କ୍ଷୁର୍ଣ୍ଣ କରିବା ପାଇଁ ପୂର୍ବ ସରକାର କରିଥିବା ପ୍ରୟାସକୁ ତୁରନ୍ତ ବା ଅବିଳମ୍ବେ ପୁନର୍ବିଚାର କରାଯିବା ଜରୁରୀ। ୟୁଜିସିର ନିୟମାବଳୀ ବ୍ୟାପକ ବିଚାରବିମର୍ଶ ଆଲୋଚନା ପରେ ପ୍ରସ୍ତୁତ କରାଯାଏ ଏବଂ ଶିକ୍ଷାନୁଷ୍ଠାନର ସ୍ୱାୟତତାକୁ ସମ୍ମାନ ଦେଇ ଶୈକ୍ଷିକ ମାନରେ ସମାନତା ବଜାୟ ରଖିବା ଉଦ୍ଦେଶ୍ୟରେ ପ୍ରସ୍ତୁତ କରାଯାଇଥାଏ। ଯଦି କୌଣସି ଆଇନଗତ ଢାଞ୍ଚା ଯାହା ଏହି ନିୟମାବ଼ଳୀକୁ ଅଣଦେଖା କରେ, ତାହା ଉଚ୍ଚ ଶିକ୍ଷା ବ୍ୟବସ୍ଥାରେ ପରିର୍ତ୍ତନ ଆଣିବା ସହ ଶିକ୍ଷାର ଗୁଣାତ୍ମକ ମାନ ଏବଂ ଶିକ୍ଷାବିତଙ୍କ ସମ୍ମାନ ଉପରେ ମଧ୍ୟ ପ୍ରଭାବ ପକାଇଥାଏ।

Leave A Reply

Your email address will not be published.