ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜିଲ୍ଲାସ୍ତରୀୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ | ଗଛ ବଞ୍ଚିଲେ ଆମେ ବଞ୍ଚିବା, ବର୍ତ୍ତମାନର ପ୍ରଦୂଷିତ ପରିବେଶ ପାଇଁ ପ୍ରଦୂଷଣମୁକ୍ତ କରିବା ପାଇଁ ବୃକ୍ଷ ରୋପଣର ନିହାତି ଆବଶ୍ୟକତା ରହିଛି। ତେଣୁ ମେଗା ବୃକ୍ଷ ରୋପଣ ନିମନ୍ତେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।
ସ୍ଥାନୀୟ ଦେବେନ୍ଦ୍ରପୁର ଠାରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ ପକ୍ଷରୁ ଉକ୍ତ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ବାରିପଦା ବନଖଣ୍ଡ ଅଧିକାରୀ ଏ ଉମା ମହେଶ, ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ ଟଙ୍କଧର କାଲୋ, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ଼ଃ ସଂଘମିତ୍ରା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ଚାରା ରୋପଣ କରିଥିଲେ।
ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଜରିଆରେ ସେପ୍ଟେମ୍ବର ସୁଦ୍ଧା ଦେଶବ୍ୟାପୀ ୮୦କୋଟି ଗଛ ଲଗାଇବାର ଲକ୍ଷ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପରିବେଶ ସନ୍ତୁଳନ ରକ୍ଷା କରିବା ପାଇଁ ଆଗକୁ ବିଭିନ୍ନ ବିଭାଗ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଜାରି ରହିବ ବୋଲି କୁହାଯାଇଛି।