ଦିଲ୍ଲୀ ଅଭିମୁଖେ ଦ୍ରୌପଦୀ

0

ନୂଆଦିଲ୍ଲୀ(ଓଡ଼ିଆ ନ୍ୟୁଜ୍‌): ଦିଲ୍ଲୀ ଯାତ୍ରା କରିଛନ୍ତି ଏନଡିଏ ରାଷ୍ଟପ୍ରତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏନେଇ ଭୁବନେଶ୍ୱର ବିମାନ ବନ୍ଦରରେ ପାରମ୍ପାରିକ ଆଦିବାସୀ ନାଚ ଗୀତରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ତେବେ ସେଠାରେ ପହଂଚିବା ପରେ ସିଧାସଳଖ ଓଡ଼ିଶା ଭବନ ଯିବେ । ଆଜି ଓଡ଼ିଶା ଭବନରେ ରହିବା ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲି ସେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ।

ସୂଚନା ଅନୁସାରେ ଓଡ଼ିଶା ଭବନରେ ଦ୍ରୌପଦୀ ମୁର୍ମୁ ରହିବା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସଂସ୍କୃତି ଓ ପର‌୍ୟ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡୀ ଓ କିଛି ବରିଷ୍ଠ ଅଧିକାରୀ ଓଡ଼ିଶା ଭବନରେ ପହଞ୍ଚିଛନ୍ତି ।

Leave A Reply

Your email address will not be published.