ଡ୍ରିଙ୍କି ଫ୍ରମ୍ ଟ୍ୟାପ ଜଳଯୋଗାଣ

ଆରମ୍ଭ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ୍‌

0

ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ଲକ୍ଷ୍ୟରେ ଆରମ୍ଭ ହୋଇଛି ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା । ଆଜିଠୁ ଏହି ଯୋଜନାରେ ଉପକୃତ ହେବେ ରାଜ୍ୟର ଆଉ କିଛି ସହର । ରାଜ୍ୟର ନୂଆ ୫ଟି ସହର ଏବଂ ଅନ୍ୟ ୧୩ ସହରର ୧୪୯ଟି ଓ୍ବାର୍ଡରେ ଆରମ୍ଭ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ।
ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାର ୩ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ସାଢେ ୧୧ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ସେବାର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି । ରାଇରଙ୍ଗପୁର, ବୀରମିତ୍ରପୁର, ରାଜଗାଙ୍ଗପୁର, ଚମ୍ପୁଆ ଓ ନିମାପଡ଼ାର ସମଗ୍ର ସହରକୁ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ।
ଏହାଛଡ଼ା ଅନ୍ୟ ୧୩ ସହରର ୧୪୯ଟି ଓ୍ବାର୍ଡରେ ଜଳଯୋଗାଣ ସୁବିଧା କରାଯିବ । ବ୍ରହ୍ମପୁରର ୩୭, ଭୁବନେଶ୍ବରର ୨୭, କଟକର ୨୧, ରାଉରକେଲାର ୨୦, ସୁନ୍ଦରଗଡ଼ର ୧୭, ବ୍ୟାସନଗରର ୬, ଖୋର୍ଦ୍ଧାର ୪, ଜଟଣୀର ୩, କେନ୍ଦୁଝର ଓ ଆନନ୍ଦପୁରର ୪ଟି ଲେଖାଏଁ, ହିଞ୍ଜିଳିକାଟୁର ୩, ବଡ଼ବିଲର ୨ ଓ ଯୋଡ଼ାର ଗୋଟିଏ ଓ୍ବାର୍ଡ ଏହି ଯୋଜନାରେ ଯୋଡ଼ିହେବ । ଏହାଦ୍ବାରା ୧୨ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ।

ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲକ୍ଷ୍ୟକୁ ମିଶନ ମୋଡରେ କାର୍ଯ୍ୟକାରୀ କରାଯାଉଛି । ପୁରୀ ଦେଶର ପ୍ରଥମ ଡ୍ରିଙ୍କ ଫ୍ରମ ଟ୍ୟାପ ସହର ହୋଇଥିବାବେଳେ ଗୋପାଳପୁର ଦ୍ବିତୀୟ । ଯୋଜନା ଜରିଆରେ ଘରକୁ ଘର ଅନ୍ତର୍ଜାତୀୟ ମାନର ୨୪ ଘଣ୍ଟିଆ ଜଳ ଯୋଗାଇ ଦିଆଯାଉଛି । ୨୦୨୦ ସେପ୍ଟେମ୍ବରରେ ଭୁବନେଶ୍ବର ଓ ପୁରୀର ୧୨ଟି ପାଇଲଟ୍ ଜୋନରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା ଆରମ୍ଭ କରାଯାଇଥିଲା । ୨୦୨୧ରେ ଦେଶର ପ୍ରଥମ ସହର ଭାବେ ପୁରୀ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ସୁବିଧା ପାଇଥିଲା ।

ଡ୍ରିଙ୍କ ଫ୍ରମ୍ ଟ୍ୟାପ୍‌ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ନୂଆ ୫ଟି ସହର ଏବଂ ଅନ୍ୟ ୧୩ ସହରର ୧୪୯ଟି ଓ୍ବାର୍ଡରେ ଆରମ୍ଭ ହେଉଛି ଡ୍ରିଙ୍କ ଫ୍ରମ ଟ୍ୟାପ୍‌। ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାର ୩ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଅବସରରେ କଲେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭଲ ପିଇବା ପାଣି ଯୋଗାଇବା ଆମର ଲକ୍ଷ୍ୟ। ୫ଟି ସହର ପାଇଁ ପ୍ରକଳ୍ପ ଉଦଘାଟନ କରି ମୁଁ ବହୁତ ଖୁସି। ସେହି ୫ଟି ସହର ହେଲା ନିମାପଡ଼ା, ଚମ୍ପୁଆ, ରାଇରଙ୍ଗପୁର, ରାଜଗାଙ୍ଗପୁର ଓ ବୀରମିତ୍ରପୁର। ଏହା ଦ୍ୱାରା ୩୦ହଜାର ପରିବାର ଉପକୃତ ହେବେ। ଦେଶର ପ୍ରଥମ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ରାଜ୍ୟ ହେଉଛି ଓଡ଼ିଶା। ୧୩ଟି ସହରର ୧୪୯ ୱାର୍ଡରେ ୨୪ଘଣ୍ଟିଆ ସୁବିଧା ମିଳୁଛି।

Leave A Reply

Your email address will not be published.