ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଓଡ଼ିଆ ନ୍ୟୁଜ୍: ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭୁବନେଶ୍ଵରରେ କଡ଼ା ସୁରକ୍ଷା।ବିମାନବନ୍ଦରରୁ ରାଜଭବନ ଓ ବିଧାନସଭା ଯାଏ ସୁରକ୍ଷା।୬୩ ଅଫିସର ଓ ୨୩ ପ୍ଲାଟୁନ ପୋଲିସ ମୁତୟନ।ବିଧାନସଭା ଭିତରେ ୩୩ ପ୍ଲାଟୁନ ପୋଲିସ ମୁତୟନ।ଆଜି ଅପରାହ୍ଣ ୨ଟାରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବେ। ଅପରାହ୍ଣ ୪ଟାରେ ରାଜଭବନ ପରିସରରେ ନୂଆ କଳିଙ୍ଗ ଅତିଥି ନିବାସକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି । ଅପରାହ୍ଣ ୪ଟା ୨୦ରେ ବିଧାନସଭାରେ ପହଞ୍ଚିବେ ଏବଂ ଅପରାହ୍ଣ ୪ଟା ୩୦ରୁ ୫ଟା ୩୦ ପର୍ୟ୍ୟନ୍ତ ବିଧାନସଭାକୁ ସମ୍ବୋଧିତ କରିବେ ।

ବିଧାନସଭାରେ ଅଭିଭାଷଣ ରଖିବା ପରେ ୧୧ ନମ୍ବର ରୁମକୁ ଆସି ସମୟ ବିତାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ପରିବହନ ମନ୍ତ୍ରୀ ଥିବା ବେଳେ ୧୧ ନଂ ଚାମ୍ବର ଥିଲା ତାଙ୍କ କାର୍ଯ୍ୟାଳୟ। ତେଣୁ ବିଧାନସଭାରୁ ସ୍ମୃତି ସାଉଁଟିବା ବେଳେ ଏହି ଚାମ୍ବରରେ କିଛି ସମୟ ବିତାଇବେ ରାଷ୍ଟ୍ରପତି।ସେଥିପାଇଁ ବିଧାନସଭା ସମେତ ଚାମ୍ବରକୁ ବି ସଜାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ରାଫିକ୍ କଟକଣା ଜାରି ହୋଇଥିବା ବେଳେ ସୁରକ୍ଷା ବି କଡ଼ାକଡ଼ି କରାଯାଇଛି। ଆଜି ଅପରାହ୍ଣ ୨ଟାରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବେ।

 

Leave A Reply

Your email address will not be published.