କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ତାତିରେ ଆଉଟୁପାଉଟୁ ସାରା ରାଜ୍ୟ।  ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ଉପରମୁହାଁ ପାରଦ। ଆଗାମୀ ଦିନରେ ତାପମାତ୍ରାରେ ଆହୁରି ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିବ ।  କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।

ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।  ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ଭଦ୍ରକ,ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଏବଂ ୧୭ ତାରିଖରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ପ୍ରଭାବରେ ଆଗାମୀ ୨ ଦିନମଧ୍ୟରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। ୧୬ ଏବଂ ୧୭ ତାରିଖରେ ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ୧୬ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ତାତିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି ଗତକାଲିର କାଳବୈଶାଖୀ ବର୍ଷା। କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।

Leave A Reply

Your email address will not be published.