ସୁଭଦ୍ରା ଯୋଜନାରେ ସାମିଲ ହେବେ ଆଉ ଆଠ ହଜାର ଆବେଦନକାରୀ

0

ଓଡ଼ିଆ ନ୍ୟୁଜ୍: ସୁଭଦ୍ରା ଯୋଜନାରେ ସାମିଲ ହେବେ ଆଉ ଆଠ ହଜାର ଆବେଦନକାରୀ। ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ଏହି ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ରାଜ୍ୟ ସରକାର ଏନେଇ ସୂଚନା ଦେଇଛନ୍ତି। ରାଜ୍ୟ ସରକାର କହିଛନ୍ତି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି। ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ।

ରାଜ୍ୟ ସରକାରଙ୍କ ତରଫରୁ ଦିଆଯାଇଥିବା ଏହି ସୁବିଧା ଉପଲବ୍ଧ ହେବା ପରେ ଏପର୍ଯ୍ୟନ୍ତ ପ୍ରାୟ ୮୦୦୦ରୁ ଅଧିକ ଆବେଦନକାରୀ ସୁଭଦ୍ରାରେ ପୁନଃସାମିଲ ହୋଇସାରିଛନ୍ତି। ତେଣୁ ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ, ସେମାନେ ଏହାର ସୁବିଧା ନେବାକୁ ମହିଳା ଏବ ଶିଶୁ ବିକାଶ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସେହିପରି ଖୁବ ଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର ସୂଚନା ପ୍ରଦାନ କରିଛନ୍ତି। ହେଲେ ଏବେ ବି ଦୁଇ ଲକ୍ଷରୁ ଊଦ୍ଧ୍ୱର୍ ଆବେଦନକାରୀ ସେମାନଙ୍କର ଇ-କେୱାସି କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି।

 ଯୋଗ୍ୟ ବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ। ତେଣୁ ତୁରନ୍ତ ସେମାନେ ନିକଟସ୍ଥ ଜନସେବା କେନ୍ଦ୍ର ବା ‘ମୋ ସେବା କେନ୍ଦ୍ର’କୁ ଯାଇ ବାୟୋମେଟି୍ରକ୍‌ ପଦ୍ଧତିରେ ନିଜର ଇ-କେୱାସି କରିନେବାକୁ ବିଭାଗ ତରଫରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.