ଓଡ଼ିଆ ନ୍ୟୁଜ୍: ପିଡିଏସ୍ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି କଲେ ସରକାର।ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କଲେ ସରକାର।ଯେଉଁମାନେ କରାଇ ନାହାନ୍ତି ବର୍ଦ୍ଧିତ ସମୟ ଭିତରେ କରାଇବାକୁ ପରାମର୍ଶ।ରାସନ କାର୍ଡ ପରିଚାଳନା କେନ୍ଦ୍ରରେ ଆଧାରଯୁକ୍ତ e-KYC କରାଇ ପାରିବେ।ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା।
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପିଡ଼ିଏସ୍ ହିତାଧିକାରୀଙ୍କ ଅବଗତି ନିମନ୍ତେ ଜଣାଇ ଦିଆଯାଉଅଛି ଯେ। ହିତାଧିକାରୀଙ୍କ ଆଧାରଭିତ୍ତିକ ଇ-କେୱାଇସି ପ୍ରକ୍ରିୟା ଜାରି ରହିଛି। ଏହା ସମସ୍ତ ୧୧,୮୨୭ ଗୋଟି ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବାରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ ଜାରି ରହିଛିI ଏତଦବ୍ୟତୀତ ଅଦ୍ୟାବଧି ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନଙ୍କୁ ପ୍ରତ୍ୟେକ ମାସର ପି.ଡ଼ି.ଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛିI କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେୱାଇସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ I