ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭୋଟ୍ ଦେଉଛି ଓଡ଼ିଶା।  ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ |

ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧ ଲକ୍ଷ ୮୯ ହଜାର ୬୦ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ବ୍ରହ୍ମପୁର ନିର୍ବାଚନୀ ରଣାଙ୍ଗନରେ ସବୁଠୁ ଅଧିକ ରଥି-ମହାରଥି। ଗଞ୍ଜାମର ପୁରୁଖା ନେତା ପ୍ରଦୀପ ପାଣିଗ୍ରାହୀ ବିଜେପିରୁ ସାଂସଦ ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କ ବିପକ୍ଷରେ ଅଛନ୍ତି ବିଜେପିରୁ ବିଜେଡିକୁ ଆସିଥିବା ଭୃଗୁ ବକ୍ସିପାତ୍ର । ସେହିପରି ଯଦି ବିଧାନସଭାକୁ ଦେଖିବେ ତେବେ ୫ ଥରର ବିଧାୟକ ରମେଶ ଚ୍ୟାଉ ପଟ୍ଟନାୟକଙ୍କୁ ପୁଣି ସୁଯୋଗ ଦେଇଛି ବିଜେଡି ।

ବ୍ରହ୍ମପୁରର ବିଧାୟକ ବିକ୍ରମ ପଣ୍ଡା ଗୋପାଳପୁରରୁ ଶାସକ ଦଳର ପ୍ରାର୍ଥୀ ହୋଇଛନ୍ତି | ଏହି ପର୍ଯ୍ୟାୟରେ ପୁରୁଷଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ସେହିପରି ୧ ଲକ୍ଷ ୭୫ ହଜାର ଯୁବ ଭୋଟର ରହିଛନ୍ତି । ଏହି ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ । ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି । ସେହିପରି ୪ଟି ପର୍ଯ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି ।

Leave A Reply

Your email address will not be published.