ସୁପ୍ରିମକୋର୍ଟରେ ନିର୍ବାଚନୀ ବଣ୍ଡ ମାମଲା; ଆଜି ହେବ ଶୁଣାଣି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନିର୍ବାଚନୀ ବଣ୍ଡ ସମ୍ବନ୍ଧୀୟ ସବିଶେଷ ତଥ୍ୟ ଦେବାକୁ ଏସ୍‌ବିଆଇକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହେବ । ଷ୍ଟେଟ୍ ବ୍ୟାଙ୍କ ଅଫ ଇଣ୍ଡିଆ ଦାଖଲ କରିଥିବା ଆବେଦନ ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ବେଞ୍ଚ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ଵ ଗଠିତ ବେଞ୍ଚରେ ରହିବେ ଜଷ୍ଟିସ ସଞ୍ଜୀବ କୁମାର, ବିଆର୍ ଗୱାଇ, ଜେବି ପରଦିୱାଲା ଓ ମନୋଜ ମିଶ୍ର। ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଗଠିତ 5 ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ । ଅନ୍ୟପଟେ ନିର୍ବାଚନୀ ବଣ୍ଡ ସମ୍ବନ୍ଧୀୟ ତଥ୍ୟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଏସବିଆଇ ଅବମାନନା କରିଥିବା ଅଭିଯୋଗ ଆଣିଥିଲା ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ୍ । ଏନେଇ କୋର୍ଟରେ ଏକ ଆବେଦନ ହୋଇଥିବାବେଳେ ଆଜି ଏହା ଉପରେ ମଧ୍ୟ ଶୁଣାଣି ହେବ ।

ଏହି ୫ ଜଣିଆ ବେଞ୍ଚ ମାମଲାର ଶୁଣାଣି କରିବେ। ଏହାସହ ଷ୍ଟେଟ ବ୍ୟାଙ୍କ ଅଦାଲତ ଅବମାନନା ନେଇ ହୋଇଥିବା ଆବେଦନର ମଧ୍ୟ ଶୁଣାଣି ହେବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ଵେ ତଥ୍ୟ ପ୍ରଦାନ କରିନଥିବା ନେଇ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ନାଁରେ ଅଦାଲତ ଅବମାନନା ମାମଲା ହୋଇଛି। ରାଜନୈତିକ ଦଳଙ୍କୁ ନିର୍ବାଚନୀ ବଣ୍ଡ ଆକାରରେ ମିଳିଥିବା ଅର୍ଥର ସମସ୍ତ ତଥ୍ୟ ପ୍ରଦାନ କରିବାକୁ ଷ୍ଟେଟ ବ୍ୟାଙ୍କକୁ ନିର୍ଦ୍ଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ। ତେବେ ଏହି ତଥ୍ୟ ପ୍ରଦାନ କରିବାକୁ ଆସନ୍ତା ଜୁନ ୩୦ ସୁଦ୍ଧା ସମୟ ମାଗିଛି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ।

ଗତ ମାସରେ ଏହି ନିର୍ବାଚନୀ ବଣ୍ଡକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। କେଉଁ ଦଳକୁ କେତେ ଟଙ୍କା ନିର୍ବାଚନୀ ବଣ୍ଡ ଆକାରରେ ମିଳିଛି ଏହାର ସମସ୍ତ ତଥ୍ୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗତ ଫେବୃଆରୀ ୧୫ରେ ନିର୍ବାଚନୀ ବଣ୍ଡ ଆକାରରେ ରାଜନୈତିକ ଦଳକୁ ମିଳୁଥିବା ଅର୍ଥ ବ୍ୟବସ୍ଥାକୁ ରଦ୍ଦ କରିଥିଲେ ସୁପ୍ରିମକୋର୍ଟ। ରାଜନୈତିକ ଦଳକୁ ପାଣ୍ଠି ପ୍ରଦାନକୁ ଅସାମ୍ବିଧାନିକ କହିବା ସହ ଦାନ ଦେଇଥିବା ଏବଂ ଦାନ ଗ୍ରହଣ କରିଥିବା ରାଜନୈତିକ ଦଳ ଓ ବ୍ୟକ୍ତିବିଶେଷଙ୍କ ସମସ୍ତ ତଥ୍ୟ ମାଗିଥିଲେ। ୧୨ ଏପ୍ରିଲ ୨୦୧୯ ପରଠାରୁ ଆଜି ପର୍ଯ୍ୟନ୍ତ କିଣାଯାଇଥିବା ନିର୍ବାଚନୀ ବଣ୍ଡ ବିଷୟରେ ମାର୍ଚ୍ଚ ୬ ତାରିଖ ସୁଦ୍ଧା ତଥ୍ୟ ପ୍ରଦାନ କରିବାକୁ କୁହାଯାଇଥିଲା।

Leave A Reply

Your email address will not be published.