ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର

0

ଓଡ଼ିଆ ନ୍ୟୁଜ୍: ଝାରସୁଗୁଡ଼ା ରେଙ୍ଗାଲିରେ ପୋଲିସର ଏନ୍‌କାଉଣ୍ଟର। ଡକାୟତି ଯୋଜନା ବେଳେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନକୁ ଏନ୍‌କାଉଣ୍ଟର। ବ୍ରଜରାଜନଗର ଗାନ୍ଧିଛକ ବାସିନ୍ଦା ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ। ପୋଲିସର ଚଢ଼ାଉ ବେଳେ ଗୁଳି ବିନିମୟ, ଅନ୍ୟ ସହଯୋଗୀ ଫେରାର। ଜୟ ଚୌହାନ ନାଁରେ ୧୦ରୁ ଊର୍ଦ୍ଧ୍ବ ସଙ୍ଗୀନ ମାମଲା ରହିଛି। ଡାହାଣ ଗୋଡ଼ରେ ବାଜିଛି ଗୁଳି, ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି।ଏନ୍‌କାଉଣ୍ଟର ନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍‌ଙ୍କ ସୂଚନା।

ଖବର ଅନୁଯାୟୀ, ବ୍ରଜରାଜନଗର ଗାନ୍ଧିଛକ ଅଞ୍ଚଳର ବାସିନ୍ଦା ଜୟ ଚୌହାନ ତାର ସହଯୋଗୀଙ୍କ ସହ ମିଶି ରେଙ୍ଗାଳି ଅଞ୍ଚଳରେ ଏକ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିଲା। ଏ ସମ୍ପର୍କରେ ବିଶେଷ ସୂତ୍ରରୁ ଖବର ପାଇ ପୋଲିସର ଏକ ସ୍ପେଶାଲ ଟିମ୍ ସେଠାରେ ଚଢ଼ାଉ କରିଥିଲା। ପୋଲିସକୁ ଦେଖି ଅପରାଧୀମାନେ ଛତ୍ରଭଙ୍ଗ ଦେବା ସହ ପୋଲିସ ଉପରକୁ ଗୁଳି ଚଳାଇବାକୁ ଚେଷ୍ଟା କରିଥିଲେ। ଆତ୍ମରକ୍ଷା ସହ ଅପରାଧୀକୁ କାବୁ କରିବା ପାଇଁ ପୋଲିସ ପକ୍ଷରୁ ମଧ୍ୟ ଗୁଳି ଚାଳନା କରାଯାଇଥିଲା। ଏହି ଗୁଳି ବିନିମୟ ସମୟରେ ଏକ ଗୁଳି ଜୟ ଚୌହାନର ଡାହାଣ ଗୋଡ଼ରେ ବାଜିଥିଲା, ଯାହାଫଳରେ ସେ ସେଠାରେ ଟଳି ପଡ଼ିଥିଲା।ସେପଟେ ଏନକାଉଣ୍ଟର ବେଳେ ଜୟର ଅନ୍ୟ ଜଣେ ସହଯୋଗୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଆହତ ଜୟ ଚୌହାନ ଜଣେ ପେସାଦାର ଅପରାଧୀ। ତାର ନାମରେ ପୂର୍ବରୁ ବିଭିନ୍ନ ଥାନାରେ ହତ୍ୟା ଉଦ୍ୟମ, ଡକାୟତି, ଦାଦାବଟି ଏବଂ ଆର୍ମସ ଆକ୍ଟ ସମେତ ୧୦ରୁ ଅଧିକ ସଙ୍ଗୀନ ଅପରାଧିକ ମାମଲା ରହିଛି।

 

Leave A Reply

Your email address will not be published.