ଇଟିଭି ପ୍ରତିଷ୍ଠାତା ପଦ୍ମବିଭୂଷଣ ରାମୋଜୀ ରାଓଙ୍କ ଦେହାନ୍ତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୋଜୀ ଫିଲ୍ମ ସିଟି ଏବଂଇଟିଭି ପ୍ରତିଷ୍ଠାତା ପଦ୍ମବିଭୂଷଣ ରାମୋଜୀ ରାଓଙ୍କ ଦେହାନ୍ତ ।  ଆଜି ଭୋର୍ ୪ଟା ୫୦ ସମୟରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସକାଳେ ହସ୍ପିଟାଲରୁ ତାଙ୍କର ପାର୍ଥିବ ଶରୀର ରାମୋଜୀ ଫିଲ୍ମ ସିଟି ସ୍ଥିତ ବାସଭବନକୁ ଅଣାଯାଇଛି । ସେଠାରେ ତାଙ୍କର ଶେଷ ଦର୍ଶନ ପାଇଁ ବିଶିଷ୍ଟ ବ୍ୟକ୍ତିବିଶେଷ, ଶୁଭେଚ୍ଛୁଙ୍କ ସହ ରାମୋଜୀ ଫିଲ୍ମ ସିଟି କର୍ମଚାରୀମାନେ ପହଞ୍ଚୁଛନ୍ତି ।

ଗଣମାଧ୍ୟମ, ସିନେମା ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ ରାମୋଜୀ ରାଓ । ତାଙ୍କର ବିୟୋଗରେ ସାରା ମିଡିଆ ଜଗତରେ ଶୋକର ଛାୟା ଖେଳି ଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି, ଭାରତୀୟ ମିଡିଆରେ ଦିବ୍ୟଦ୍ରଷ୍ଟା ଥିଲେ ରାମୋଜୀ ରାଓ। ଏମିତିକି ତାଙ୍କ ସହ ଅନେକ ଥର ମିଶି ଆଲୋଚନା କରିଛି ବୋଲି ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ରାମୋଜୀ ରାଓଙ୍କ ସହ ଆଲୋଚନା ବେଳର ଏକ ଫଟୋ ମଧ୍ୟ ସେୟାର କରିଛନ୍ତି ମୋଦି  ।

ଆଞ୍ଚଳିକ ଓ ଦେଶର ଜାତୀୟ ସେନା ଶିଳ୍ପକୁ ଅତୂଳନୀୟ ଅବଦାନ ଦେଇଥିବା ରାମୋଜୀ ରାଓ ୪ଟି ଫିଲ୍ମ ଫେୟାର ଆଓ୍ବାର୍ଡ (ଦକ୍ଷିଣ ଭାରତୀୟ ସିନେମା), ତେଲଗୁ ସିନେମା ପାଇଁ ଜାତୀୟ ଫିଲ୍ମ ଫେୟାର ଆଓ୍ବାର୍ଡରେ ମଧ୍ୟ ସମ୍ମାନିତ ହୋଇଥିଲେ । ଭାରତୀୟ ସାହିତ୍ୟ, ସମ୍ବାଦିକତା ଓ ଶିକ୍ଷା କ୍ଷେତ୍ରରେ ଅତୂଳନୀୟ ଅବଦାନ ପାଇଁ ବର୍ଷ ୨୦୧୬ରେ ତାଙ୍କୁ ସମ୍ମାନଜନକ ଦେଶର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ ‘ପଦ୍ମବିଭୂଷଣ’ରେ ସମ୍ମାନିତ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ରାମୋଜୀ ରାଓଙ୍କୁ ‘ପଦ୍ମବିଭୂଷଣ’ ସମ୍ମାନରେ ସମ୍ମାନିତ କରିଥିଲେ ।

Leave A Reply

Your email address will not be published.