ଆସିଲା ନୂଆ ଅବକାରୀ ନୀତି

0

ଓଡ଼ିଆ ନ୍ୟୁଜ୍: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯।ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର।ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ୍ ପ୍ରବର୍ତ୍ତନ।ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ। ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ମିଳିବନି ଅନୁମତି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି। ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି। ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ CCTV ନିରୀକ୍ଷଣରେ ରହିବ।

ସୂଚନାଯୋଗ୍ୟ ଯେ, ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍ଷିକ ଅବକାରୀ ନୀତି ରୂପରେଖ ପ୍ରବର୍ତ୍ତନ ମାଧ୍ୟମରେ ସରକାର ଏହି କ୍ଷେତ୍ରରେ ନୀତିରେ ସ୍ଥିରତା ଓ ସ୍ବଚ୍ଛତା ଆଣିବାକୁ ଉଦ୍ୟମ କରୁଛନ୍ତି, ଏହାସହିତ ଆବଶ୍ୟକ ହେଲେ ଏହାକୁ ପରିବର୍ତ୍ତନ କରିବାର ପ୍ରକ୍ରିୟା ମଧ୍ୟ ରଖୁଛନ୍ତି ।ଏହି ନୀତି ଅଧୀନରେ ଏକ ଗୁରୁତ୍ବପୂର୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ । ଏହା ମାଧ୍ୟମରେ ମଦକୁ ଏକ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର କରାଯାଇଛି ।

Leave A Reply

Your email address will not be published.