ଡେଙ୍ଗୁ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ଡେଙ୍କୁ ରୋଗୀଙ୍କ ସଂଖ୍ୟା। ଏଥିପାଇଁ ଡେଙ୍ଗୁ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର । ମଙ୍ଗଳବାରଠାରୁ ଡେଙ୍ଗୁ ରୋଗୀଙ୍କ ଲାଗି କ୍ୟାପିଟାଲ ହସ୍ପିଟାଲରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର । ଦୈନିକ ପ୍ରାୟ ୫୦୦ ଲୋକଙ୍କର ଡେଙ୍ଗୁ ଟେଷ୍ଟ ହେଉଛି । ଭିଡ଼ ଏଡ଼ାଇବା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ । ସେ କହିଛନ୍ତି, ଏବେ ପ୍ରତିଦିନ କ୍ୟାପିଟାଲ ହସ୍ପିଟାଲରେ ୬୦-୭୦ ଜଣ ପଜିଟିଭ ଚିହ୍ନଟ ହେଉଛନ୍ତି । ସେଥିମଧ୍ୟରୁ ପ୍ରାୟ ୧୫ ଜଣ ଆଡ଼ମିଶନ ହେଉଛନ୍ତି । ଏବେ ବେଡ଼ରେ ୬୨ ରୋଗୀ ଅଛନ୍ତି । ସେସବୁକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ।

ଗତ କିଛିଦିନ ତଳେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ କ୍ୟାପିଟାଲ ହସ୍ପିଟାଲରେ ବଢିଥିଲା ବେଡ୍ ସଂଖ୍ୟା । ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ସ୍ଵତନ୍ତ୍ର ବେଡ୍ ସଂଖ୍ୟା ବଢ଼ାଇବାକୁ ନିଷ୍ପତ୍ତି ନେଇଛି କ୍ୟାପିଟାଲ ହସ୍ପିଟାଲ । ପୂର୍ବରୁ ଏଠାରେ ଡେଙ୍ଗୁ ରୋଗୀଙ୍କ ଲାଗି ୫୦ଟି ସ୍ଵତନ୍ତ୍ର ବେଡ୍ ଥିବା ବେଳେ ଖୁବଶୀଘ୍ର ୨୦ ବେଡ୍ ବଢ଼ାଇ ୭୦ରେ ପହଞ୍ଚିଛି ।

Leave A Reply

Your email address will not be published.